ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ପକ୍ଷରୁ ଚଢାଉ

0
189

ରେଢ଼ାଖୋଲ (ମହାବୀର ସିଂ ଦେଓ): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ପକ୍ଷରୁ ହୀରାଲୋଇ ଗ୍ରାମରେ ସୋମବାର ରାତିରେ ଚଢାଉ କରାଯାଇ ଏକ କଲରାପତରିଆ ବାଘର ଚମଡା ସହ ଗୋଟିଏ ଦେଶୀ ବନ୍ଧୁକ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୩ ଜଣ ଶିକାରୀଙ୍କୁ ଅଟକ ରଖାଯାଇଥିବା ଜଣାପଡିଛି।   ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଏବଂ ଫରେଷ୍ଟର ପ୍ରବୀଣ କୁମାର ସାହୁ ପ୍ରମୁଖ ସଦଳବଳେ  ସମ୍ପୃକ୍ତ ଶିକାରୀମାନଙ୍କ ଘରେ ଚଢାଉ କରିଥିଲେ। ମଙ୍ଗଳବାର ସକାଳୁ ରେଢ଼ାଖୋଲ ଡ଼ିଏଫଓ ଅରବିନ୍ଦ ମହାନ୍ତି ଏଠାକୁ ଆସି ଅଧିକ ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି। 


LEAVE A REPLY

Please enter your comment!
Please enter your name here