ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ନିଃଶୁଳ୍କ  ଡାଏଲିସିସ ସେବା ଆରମ୍ଭ

0
440

ରେଢ଼ାଖୋଲ (ମହାବୀର ସିଂଦେଓ): ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ନିଃଶୁଳ୍କ  ଡାଏଲିସିସ୍‌ ସେବା ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। କେନ୍ଦ୍ରମନ୍ତ୍ରୀ ଆଜି ଡାଏଲିସିସ ସେବା ନେଉଥିବା ରୋଗୀମାନଙ୍କୁ ଫଳ ବଣ୍ଟନ ସହ ସ୍ୱାସ୍ଥ୍ୟ ସମସ୍ୟା ପଚାରି ବୁଝିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଓଡିଶା ସରକାରଙ୍କ  ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାୟକ,   

ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ରେଙ୍ଗାଲିର ପୂର୍ବତନ ବିଧାୟକ ନାଉରି ନାୟକ, ଉତ୍ତରାଞ୍ଚଳ ରାଜସ୍ବ ଆଯୁକ୍ତ ଶ୍ରୀରାମ ସଚିନ ରାମଚନ୍ଦ୍ର ଯାଦବ, ଉତ୍ତରାଞ୍ଚଳ ପୋଲିସ ଆଇଜି  ହିମାଂଶୁ ଲାଲ, ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର, ଏସ୍‌ପି ମୁକେଶ ଭାମୁ, ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମିରଂଜନ ମହାନ୍ତ ସମେତ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here