ପ୍ରତି ଜିଲ୍ଲା ପାଇଁ ନୋଡାଲ୍ ଅଧିକାରୀ ନିୟୋଜିତ କରାଯାଇଛି

    0
    732

    ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ବ୍ୟବସ୍ଥାକୁ ଚଳଚଞ୍ଚଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି। ରାଜ୍ୟର ପ୍ରତ୍ୟେକ ଜିଲ୍ଲାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜଣେ ଲେଖାଏଁ ବରିଷ୍ଠ ଅଧିକାରୀଙ୍କୁ ନୋଡାଲ୍‌ ଅଫିସର ଭାବେ ନିୟୋଜିତ କରାଯାଇଛି। ଏଥିରେ ଯୁଗ୍ମ ନିର୍ଦ୍ଦେଶକ ଏବଂ ଅତିରିକ୍ତ ନିର୍ଦ୍ଦେଶକମାନେ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମକୁ ତଦାରଖ କରିବେ। ପ୍ରତ୍ୟେକ ସୋମବାର ଦିନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ବରିଷ୍ଠ ଅଧିକାରୀମାନଙ୍କ ସହିତ ବିଭାଗର ସମସ୍ୟା ସଂପର୍କରେ ଆଲୋଚନା କରିବେ।

    ଆଜି ଏହି ପରିପ୍ରେକ୍ଷୀରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ବିଭାଗର ସମସ୍ତ ନିର୍ଦ୍ଦେଶକ, ଅତିରିକ୍ତ ଯୁଗ୍ମ ଶାସନ ସଚିବମାନଙ୍କ ସହିତ ବିଭାଗର ସମସ୍ୟା ସଂପର୍କରେ ଆଲୋଚନା କରିଛନ୍ତି। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ବିଭିନ୍ନ ପଦୋନ୍ନତି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ଏବଂ ଖାଲିଥିବା ପଦବୀଗୁଡ଼ିକୁ ପଦୋନ୍ନତି ଦିଆଯାଇ ଖୁବ୍‌ଶୀଘ୍ର ପୂରଣ କରିବା ପାଇଁ ଚିଠା ପ୍ରସ୍ତୁତ କରାଯାଇଛି। ଚଳିତ ବର୍ଷ କୋଭିଡ୍‌-୧୯ ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଥମିକ ଶିକ୍ଷାଠାରୁ ଉଚ୍ଚମାଧ୍ୟମିକ ଶିକ୍ଷା ପର୍ଯ୍ୟନ୍ତ ପାଠ୍ୟକ୍ରମକୁ ଚଳିତ ବର୍ଷ କମ କରିବା ପାଇଁ ପ୍ରମୁଖ ଶାସନ ସଚିବ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।

    ଏଥିରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ସଂସ୍ଥା (ଓସେପା), ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ, ନିର୍ଦ୍ଦେଶକ ପ୍ରାଥମିକ, ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ସମସ୍ତ ଅତିରିକ୍ତ ଶାସନ ସଚିବ ଓ ଅର୍ଥ ପରାମର୍ଶଦାତା ପ୍ରମୁଖ ଉପସ୍ଥିତ ଥିଲେ।

    LEAVE A REPLY

    Please enter your comment!
    Please enter your name here